ଅନାଥ ଶିଶୁଙ୍କ ପାଇଁ ଆସିଲା ଆଶୀର୍ବାଦ ଯୋଜନା । ବାପା ଓ ମା’ଙ୍କୁ ହରାଇଥିଲେ ମିଳିବ ମାସିକ ୨୫୦୦ ଟଙ୍କା ।

ଅନାଥ ଶିଶୁଙ୍କ ପାଇଁ ଆସିଲା ଆଶୀର୍ବାଦ ଯୋଜନା । ବାପା ଓ ମା’ଙ୍କୁ ହରାଇଥିଲେ ମିଳିବ ମାସିକ ୨୫୦୦ ଟଙ୍କା ।

କନକ ବ୍ୟୁରୋ : ଅନାଥ ଶିଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଅନାଥ ଶିଶୁଙ୍କ ପାଇଁ ଆଶୀର୍ବାଦ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାପା, ମା’ ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ଶୁଶୁଙ୍କ ପାଇଁ ନବୀନ ଏହି ଆଶୀର୍ବାଦ ଯୋଜନା ଘୋଷଣା କରିଛନ୍ତି । ଗତ ଏପ୍ରିଲ ୨୦୨୦ ପରେ ବାପା, ମା’ଙ୍କୁ ହରାଇଥିବା ଶିଶୁଙ୍କ ପାଇଁ ଏହି ଯୋଜନା ଆଣିଛନ୍ତି ନବୀନ ।

ଉଭୟ ବାପା, ମା, କିମ୍ବା ସିଙ୍ଗଲ ପ୍ୟାରେଣ୍ଟକୁ ହରାଇଥିବା ଶିଶୁଙ୍କୁ ମାସିକ ୨୫୦୦ ଟଙ୍କା । କେବଳ ମୁଖ୍ୟ ଉପାର୍ଜନକାରୀ ବାପା ବା ମା’ ଜଣକୁ ହରାଇଥିବା ପିଲାଙ୍କୁ ମାସିକ ୧୫୦୦ ଟଙ୍କା ମିଳିବ । ଜଣେ ବି ଅସହାୟ ଶିଶୁ ଯେପରି ଏହି ଯୋଜନାରୁ ବାଦ ନ ପଡନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୮ ବର୍ଷ ଯାଏଁ ଶିଶୁଙ୍କ ଆକାଉଣ୍ଟରେ ଏହି ଟଙ୍କା ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପିଲାକୁ ୧୮ ବର୍ଷ ପୂର୍ବରୁ ଯଦି କେହି ତାଙ୍କୁ ପୋଷ୍ୟ ଭାବରେ ଗ୍ରହଣ କରନ୍ତି ତେବେ ଆଉ ସହାୟତା ମିଳିବ ନାହିଁ । ଏହାବାଦ୍ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ସେହିପରି ଶିଶୁ ମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ମଧ୍ୟ ସାମିଲ କରାଯିବ ।

ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ। ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୁଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ । ଯଦି ଆବଶ୍ୟକ ପଡେ   ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ  ବା  ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ । ପିଲାଙ୍କ ସମ୍ପତ୍ତିର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ ।

ଯଦି ଆତ୍ମୀୟଙ୍କ ପାଖରେ ନ ରହି କୌଣସି ଚାଇଲ୍ଡ କେୟାରରେ ରୁହନ୍ତି ତେବେ ସେହି କ୍ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ୧୦୦୦ ଟଙ୍କା ଜମା କରାଯିବ । ପିଲାର ମାଗଣା ଯତ୍ନ  ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ । ପିଲାର ମା ଯଦି  ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ  ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ ।ଏହା ସହିତ ଉଭୟଙ୍କୁ  ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ   । ଏଥିପାଇଁ ପ୍ରତିବର୍ଷ ସ୍ପେଶାଲ ଡ୍ରାଇଭ କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Please follow and like us:

Leave a Reply

Your email address will not be published.

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp