ଆଗାମି ୩ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା
ଭୁବନେଶ୍ବର: ଆଗାମି ୩ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେଓଗଡ, ଢେଙ୍କାନାଳ, କଟକ, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, କୋରାପୁଟ, ନବରଙ୍ଗପୁର, ରାୟଗଡା ଏବଂ କାଲାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି ।
ସେପଟେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାରେ ଆଗାମି ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଜୁନ ୨୨ରୁ ୨୩ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁବର୍ଣ୍ଣପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବା ବେଳେ ନୂଆପଡ଼ା ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।