ଆଜି ଭାରତରୁ ୫୩ ହଜାର ୨୫୬ କରୋନା ଆକ୍ରାନ୍ତ ଚିହ୍ନଟ, ୧୪୨୨ ମୃତ
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି।
ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୨୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୪୨୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସେହିପରି ୭୮ ହଜାର ୧୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ ଲକ୍ଷ ୨ ହଜାର ୮୮୭ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୮ କୋଟି ୩୬ ହଜାର ୮୯୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩୯ କୋଟି ୨୪ ଲକ୍ଷ ୭ ହଜାର ୭୮୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Please follow and like us: