ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା, ଆଜିଠୁ ପୁରୀରେ ୧୪୪ ଧାରା

ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା, ଆଜିଠୁ ପୁରୀରେ ୧୪୪ ଧାରା

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା।  ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ । କୋଭିଡ୍ ସ୍ଥିତିରୁ ଚଳିତ ବର୍ଷ ଭକ୍ତଙ୍କ ପ୍ରବେଶକୁ ଅନୁମତି ଦିଆଯାଇନାହିଁ। ରଥଯାତ୍ରା ଲାଗି ଗତକାଲି ରାତିରୁ ଶ୍ରୀମନ୍ଦିରକୁ ଆରମ୍ଭ ହୋଇଛି ଦଇତା ପ୍ରବେଶ ନୀତି ।

ମଙ୍ଗଳ ଆଳତୀ ପରେ ବିଭିନ୍ନ ବାଡ଼ର ଦଇତା ସେବକ ସିଂହଦ୍ୱାର ଦେଇ ପ୍ରବେଶ କରିବା ପରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ଫେରିଛନ୍ତି । ସ୍ନାନଯାତ୍ରା ଲାଗି ଆଜି ରାତିରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହେବ । ଶ୍ରୀଜିଉମାନେ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ ।

ଦେବସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଆଜି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ବଳବତ୍ତର ଏହା ରହିବ। ତେବେ ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହେବେ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିବ । କେବଳ ପାସଧାରୀ ସେବାୟତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯିବ। ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଗହଳି ଏଡ଼ାଇବା ବ୍ୟବସ୍ଥା ହୋଇଛି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।

Please follow and like us:
Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp