ଓଡ଼ିଶାରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସୁନାହିଁ । ଗତ ୨୪ ଘଣ୍ଟାରେ ଓଡ଼ିଶାରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୫୯୦କୁ ବୃଦ୍ଧି ପାଇଛି । କଟକ ଓ ବରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।
ସେହିପରି କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସେହିପରି ଅନୁଗୋଳ, ମାଲକାନଗିରି, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ ମୃତ୍ୟୁହାର ୦.୪୦ ପ୍ରତିଶତ ରହିଛି ।
Please follow and like us: