ଓଡିଶାରୁ ଗତ ୨୪ ଘଣ୍ଟାରେ ୩୦୩୧ କରୋନା ପଜିଟିଭ୍ ଚିହ୍ନଟ

ଓଡିଶାରୁ ଗତ ୨୪ ଘଣ୍ଟାରେ ୩୦୩୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୦୫୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

Covid-19 Report For 20th June

New Positive Cases: 3031
In quarantine: 1738
Local contacts: 1293

(Details of local contacts will be shared by concerned Dist Administration)

District Wise Cases:

1. Angul: 121
2. Balasore: 290
3. Bargarh: 39
4. Bhadrak: 135
5. Balangir: 30

— I & PR Department, Odisha (@IPR_Odisha) June 21, 2021

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୦ଜଣ, ବରଗଡ଼ ଜିଲ୍ଲାରୁ ୩୯ଜଣ, ଭଦ୍ରକ ଜିଲ୍ଲାରୁ ୧୩୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୨୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ଜଣ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲରାୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୭ଜଣ, ଯାଜପୁର ଜିଲ୍ଲାରୁ ୨୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୧ଜଣ, କୋରାପୁଟ ଜିଲ୍ଲାରୁ ୬୮ଜଣ, ମାଲକାନଗିରି ଜିଲ୍ଲାରୁ ୪୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୩ଜଣ, ନୟାଗଡ଼ ଜିଲ୍ଲାରୁ ୧୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୦୫୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୬୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୨୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୧୫୬୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp