କଟକ ମହାନଗରରୁ ୧୧୭ କରୋନା ସଂକ୍ରମିତ ଚିହ୍ନଟ, ୧୮୯ ସୁସ୍ଥ
କଟକ: କଟକ ମହାନଗରରୁ ଆଜି ୧୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୨ ଜଣ କ୍ୱେରାଣ୍ଟିନରୁ ଓ ୩୫ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।
ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୯୪୫ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟପକ୍ଷରେ ଆଜି କଟକ ମହାନଗରରୁ ୧୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୫, ୩୩୭ ରେ ପହଞ୍ଚିଛି । ତେବେ, ଏଯାବତ୍ କଟକ ମହାନଗରରୁ ୯୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧,୫୧୭ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।
Please follow and like us: