କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର : ରାଜ୍ୟର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କର ପରଲୋକ ହୋଇଛି। କରୋନାରୁ ଭଲ ହୋଇଥିଲେ ବି ଏହା ପରବର୍ତ୍ତୀ ଜଟିଳତାର ଶିକାର ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତଙ୍କର ମୃତ୍ୟୁ ହୋଇଛି। କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହ ତାଙ୍କ ପରବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ଟ୍ଵିଟ କରି ଲେଖିଛନ୍ତି, ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସଙ୍ଗୀତ ଜଗତରେ ସେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସଙ୍ଗୀତ ଜଗତରେ ସେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) June 20, 2021
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତପୁଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କ ମୃତ୍ୟୁ ଖରବ ତାଙ୍କୁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ କରିଥିବା ସେ କହିଛନ୍ତି । ସେ ଟ୍ଵିଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ସୁମଧୁର ସ୍ବର ମାଧ୍ୟମରେ ଖୁବ କମ ସମୟରେ ଓଡ଼ିଆଙ୍କ ଘରେ ଘରେ ପରିଚିତ ହୋଇପାରିଥିଲେ ।ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତ ଜଣେ ପ୍ରତିଭାସମ୍ପନ୍ନ ଗାୟିକାଙ୍କୁ ହରାଇଲା । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ଓଁ ଶାନ୍ତି ।
ଓଡ଼ିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ସୁମଧୁର ସ୍ବର ମାଧ୍ୟମରେ ଖୁବ କମ ସମୟରେ ଓଡ଼ିଆଙ୍କ ଘରେ ଘରେ ପରିଚିତ ହୋଇପାରିଥିଲେ ।ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତ ଜଣେ ପ୍ରତିଭାସମ୍ପନ୍ନ ଗାୟିକାଙ୍କୁ ହରାଇଲା । pic.twitter.com/Lei6uRLMpK
— Dharmendra Pradhan (@dpradhanbjp) June 19, 2021