ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର:  ଗତକାଲି ରାଜ୍ୟରେ  କରୋନା ସଂକ୍ରମଣ ୩ ହଜାର ତଳକୁ  ଖସିଥିବା ବେଳେ ଆଜି ପୁଣି ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୧,୯୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ ୧,୪୮୩ ରହିଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୮୬,୯୪୬କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭୪ଜଣ, ବରଗଡ଼ ଜିଲ୍ଲାରୁ ୬୯ଜଣ, ଭଦ୍ରକ ଜିଲ୍ଲାରୁ ୧୯୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୪୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୭ଜଣ, ଗଜପତି ଜିଲ୍ଲାରୁ ୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ୮୧ଜଣ ରହିଛନ୍ତି ।

ସେହିପରି ଯାଜପୁର ଜିଲ୍ଲାରୁ ୨୬୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୯ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ, ମାଲକାନାଗିରି ଜିଲ୍ଲାରୁ ୮୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୨୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୨୮୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୪୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ଜଣ, ଷ୍ଟେଟ ପୁଲ୍‌ରୁ ୮୪୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୮୬,୯୪୬ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୮,୪୮,୯୬୦ ଜଣ ସୁସ୍ଥ ହୋଇଛନ୍ତି। ୩୪,୨୧୬ ଆକ୍ଟିଭ୍‌ କେସ୍‌ ରହିଛି।

Please follow and like us:
Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp