ଦେଶର କରୋନା ମିଟର । ଗତ ୨୪ଘଣ୍ଟାରେ ୫୦,୮୪୮ ପଜିଟିଭ୍ ଚିହ୍ନଟ… ୧୩୫୮ ମୃତ

ଦେଶର କରୋନା ମିଟର । ଗତ ୨୪ଘଣ୍ଟାରେ ୫୦,୮୪୮ ପଜିଟିଭ୍ ଚିହ୍ନଟ… ୧୩୫୮ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦,୮୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୩୫୮ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୦,୨୮,୭୦୯ ଓ ମୃତ୍ୟୁସଂଖ୍ୟା ୩,୯୦,୬୬୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୮,୮୧୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୯,୯୪,୮୫୫ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୪୩,୧୯୪ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୯,୪୬,୩୯,୫୧୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୦ ତାରିଖ ସୁଦ୍ଧା ସମୁଦାୟ ୩୯,୫୯,୭୩,୧୯୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୦୧,୦୫୬ଟି ନମୁନା।

Please follow and like us:
Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp