ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଅକ୍ସିଜେନ୍‌ କନସେନ୍‌ଟ୍ରେଟର ପ୍ରଦାନ

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଅକ୍ସିଜେନ୍‌ କନସେନ୍‌ଟ୍ରେଟର ପ୍ରଦାନ

ଭୁବନେଶ୍ୱର : ଆଇସିଆଇସିଆଇ ଫାଉଣ୍ଡେସନ୍‌ ଓ ଆଇସିଆଇସିଆଇ ବ୍ୟାଙ୍କ ତରଫରୁ କୋଭିଡ୍‌ ଆକ୍ରାନ୍ତ ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୧୦ଟି ଅକ୍ସିଜେନ୍‌ କନସେନ୍‌ଟ୍ରେଟର ପ୍ରଦାନ କରାଯାଇଛି । ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍‌ ତ୍ରିପାଠୀଙ୍କୁ ଏହି ଅକ୍ସିଜେନ୍‌ କନସେନ୍‌ଟ୍ରେଟର ପ୍ରଦାନ କରାଯାଇଛି।

ଫାଉଣ୍ଡେସନ୍‌ ଓ ବ୍ୟାଙ୍କ ତରଫରୁ ଓଡ଼ିଶା ଜୋନ୍‌ର ମୁଖ୍ୟ ପ୍ରଦୋଷ ରଞ୍ଜନ ରାଉତ, ଆଞ୍ଚଳିକ ମୁଖ୍ୟ, ସରକାରୀ ବ୍ୟାଙ୍କିଂ, ଓଡ଼ିଶା ଅରୂପ କୁମାର ମହାପାତ୍ର ଓ ଶ୍ରୀ ଅରୁଣ କୁମାର ମିଶ୍ର ଏହି ଉପକରଣକୁ ପ୍ରଦାନ କରିଥିଲେ। କୋଭିଡ୍‌ ଚିକିତ୍ସା ନିମନ୍ତେ ପଶ୍ଚିମ ଓଡ଼ିଶାର ବହୁଳ ଭାବେ ପ୍ରଭାବିତ ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର ଜିଲ୍ଲାପାଳମାନଙ୍କ ନିକଟକୁ ଏହି କନ୍‌ସେନ୍‌ଟ୍ରେଟରଗୁଡ଼ିକ ପଠାଇ ଦିଆଯିବ ।

ପ୍ରତି ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ୧୦ଲିଟର କ୍ଷମତା ବିଶିଷ୍ଟ ଏବଂ ଏଗୁଡ଼ିକୁ ହସ୍‌ପିଟାଲ୍‌ଗୁଡ଼ିକରେ ମଧ୍ୟ ବ୍ୟବହାର କରାଯାଇପାରିବ ବୋଲି କୁହାଯାଇଛି । ଆଗକୁ ବ୍ୟାଙ୍କ ତରଫରୁ ଏପରି ଅଧିକ ଉପକରଣ ପ୍ରଦାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ରାଉତ କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp