ରାଜଧାନୀରେ ସଂକ୍ରମଣ କମ, ସୁସ୍ଥ ଅଧିକ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪୬ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୫୫୧ ଜଣ

ରାଜଧାନୀରେ ସଂକ୍ରମଣ କମ, ସୁସ୍ଥ ଅଧିକ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪୬ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୫୫୧ ଜଣ

କନକ ବ୍ୟୁରୋ: ଭୁବନେଶ୍ୱରରେ ସଂକ୍ରମଣ କମୁଛି, ଆଉ ସୁସ୍ଥ ସଂଖ୍ୟା ବଢୁଛି । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୨୪୬ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୧ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୫୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୮୬୯୩୫ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୮୪, ୯୬୩ ଜଣ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି । ଆହୁରି ୧,୫୪୪ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp