ରାଜ୍ୟରେ ଦିନକରେ ୩୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ବରଗଡ଼ରୁ ୫ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ସେହିପରି ମୟୂରଭଞ୍ଜ ଓ ପୁରୀରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସମ୍ବଲପୁରରେ ୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାବ୍ୟତୀତ ଜଗତସିଂହପୁର, ଝାରସୁଗୁଡ଼ାରୁ ୨ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, ଗଂଜାମ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
Please follow and like us: