ରାଜ୍ୟରେ ଦିନକରେ ୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ଓଡ଼ିଶାରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟାରେ ୪୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫ ଜିଲାର ଅନ୍ୟାନ୍ୟ ସ୍ଥାନରୁ ଦୁଇଜଣଙ୍କର ମୃତ୍ୟୁ ଘଟିଛି ।
ସେହିଭଳି ବରଗଡ, କଟକ ଜିଲାରୁ ୫ ଜଣ ଲେଖାଏଁ ପ୍ରାଣ ହରାଇଥିବାବେଳେ, କୋରାପୁଟ ଓ ଗଞ୍ଜାମ ଜିଲାରୁ ୩, ଝାରସୁଗୁଡା ଓ ପୁରୀ ଜିଲାରୁ ୪, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ସୁନ୍ଦରଗଡରୁ ୨ଜଣ ଲେଖାଏଁ , କଳାହାଣ୍ଡି, କନ୍ଧମାଳ, ରାୟଗଡା ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଜୀବନ ଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି।
Please follow and like us: