ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ

ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୨୭ ଜଣ, ବାଲେଶ୍ୱରରୁ ୨୦୫ ଜଣ, ବରଗଡ଼ରୁ ୫୧ ଜଣ, ଭଦ୍ରକରୁ ୧୮୬ ଜଣ, ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୫୯ ଜଣ, କଟକରୁ ୪୦୭ ଜଣ, ଦେବଗଡ଼ରୁ ୧୨ ଜଣ, ଢେଙ୍କାନାଳରୁ ୯୬ ଜଣ, ଗଜପତିରୁ ୨୯ ଜଣ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୩୩୭ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୪୧ ଜଣ, କେନ୍ଦ୍ରାପଡ଼ାରୁ ୧୪୧ ଜଣ, କେନ୍ଦୁଝରରୁ ୬୧ ଜଣ, କୋରାପୁଟରୁ ୫୯ ଜଣ, ମାଲକାନଗିରିରୁ ୮୬ ଜଣ, ମୟୁରଭଞ୍ଜରୁ ୧୮୭ ଜଣ, ନବରଙ୍ଗପୁରରୁ ୫୭ ଜଣ, ନୟାଗଡ଼ରୁ ୧୧୪ ଜଣ, ନୂଆପଡ଼ାରୁ ୧୯ ଜଣ, ପୁରୀରୁ ୨୩୭ ଜଣ, ରାୟଗଡ଼ାରୁ ୮୮ ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୮୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୮୭୭୫୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮୩୫୧୩୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୫୨୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

The post ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ first appeared on Sambad.

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp