ରାଜ୍ୟର ୧୨ ଜିଲ୍ଲାରେ ଆସନ୍ତା ୪ ଦିନ ଯାଏଁ ଘଡଘଡି ବର୍ଷା ଆଶଙ୍କା

ରାଜ୍ୟର ୧୨ ଜିଲ୍ଲାରେ ଆସନ୍ତା ୪ ଦିନ ଯାଏଁ ଘଡଘଡି ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ୍ ଲମ୍ବିଛି । ଯାହା ଝାଡଖଣ୍ଡ ଏବଂ ଗାଙ୍ଗେୟ ଉପତ୍ୟକା ଉପରେ ରହିଛି । ଦକ୍ଷିଣ ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି । ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଆଜିଠୁ ରାଜ୍ୟର ୧୨ଟି ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ନୂଆପଡା, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି ଏବଂ ବରଗଡକୁ ସତର୍କତା ଜାରି କରାଯାଇଛି । ୨୩ ଓ ୨୪ତାରିଖରେ ବର୍ଷାର ପରିମାଣ ବଢିବ । ଏଥିପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ଜୁନ ୧ରୁ ୨୦ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ୧୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ୧୩୬ ଦଶମିକ ୨ମିଲିମିଟର ବର୍ଷା ରେକର୍ଡ ହୋଇଛି । ୫ଟି ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି ଓ ନୟାଗଡ଼ରେ କମ୍ ବର୍ଷା ହୋଇଛି । ସେହିପରି ୭ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ଓ ୬ଟି ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ଅଧିକ ବର୍ଷା ହୋଇଛି । ୧୨ଟି ଜିଲ୍ଲାରେ ସ୍ୱାଭାବିକ ହୋଇଛି ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp