୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବର ବର୍ଷା ଲାଗି ରହିଛି । ଆସନ୍ତା ୨୬ ତାରିଖ ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତର-ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏଁ ସମୁଦ୍ରପତ୍ତନରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ  ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେପଟେ ଆସନ୍ତା ୩ ଘଣ୍ଟା ଭିତରେ ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସେହିପରି ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ସତର୍କ କରାଇଛି ପାଣିପାଗ ବିଭାଗ ।

Please follow and like us:
Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp