୮୧ ଦିନ ପରେ ଦେଶରେ ୬୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ : ୮୧ ଦିନ ପରେ ଦେଶରେ ୬୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ରେକର୍ଡ କରାଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୫୮,୪୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମଣ ୨,୯୮,୮୧,୯୬୫ କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୭୬ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୮୬,୭୧୩ ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦିନକରେ ୮୭,୬୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ସୁସ୍ଥତା ସଂଖ୍ୟା ୨,୮୭,୬୬,୦୦୯ କୁ ବୃଦ୍ଧି ପାଇଛି। ଏବେ ଆକ୍ଟିଭେ କେସ୍ ସଂଖ୍ୟା ୭,୨୯,୨୪୩ ରହିଛି। ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୭,୬୬,୯୩,୫୭୨ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।